ଜୁଲାଇ ୩୧ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ସୂଚନା ଦିଆଯାଇଛି । ତେବେ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ଜୁଲାଇ ୩୧ ପରେ ପ୍ରକାଶ ପାଇବ । 

  କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଥିବା କାରଣରୁ ଏହାର ରେଜଲ୍ଟ ପ୍ରକାଶ ପାଇବ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

  ଏ ନେଇ ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ପିଟିସନ ଦାୟର କରାଯିବ। ଉଲ୍ଲେଖଯୋଗ୍ୟ ଯେ, କରୋନା କାରଣରୁ ଚଳିତ ବର୍ଷର ଯୁକ୍ତ ୨ ପରୀକ୍ଷା ହୋଇନଥିଲା । କିନ୍ତୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ ଜୁଲାଇ ୩୧ ସୁଦ୍ଧା ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। 

 ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶ କରିବା ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଥିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ସୂତ୍ରରୁ ସୂଚନା ମିଳିଛି। 

Related Posts