ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ, ଦିନ ସାଢେ଼ ୧୨ଟାରୁ ବୋର୍ଡ ୱେବସାଇଟରେ ପାଇ ପାରିବେ ରେଜଲ୍ଟ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ) ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ । ଦିନ ସାଢେ ୧୨ଟାରେ ପ୍ରକାଶ ପାଇବ ରେଜଲ୍ଟ । www.cbse.nic.in ୱେବସାଇଟରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଏପ୍ରିଲ ୨୬ ତାରିଖରେ ଆରମ୍ଭ ହୋଇଥିବା ସିବିଏସଇ ପରୀକ୍ଷା ଜୁନ୍ ୧୫ରେ ଶେଷ ହୋଇଥିଲା । ସମଗ୍ର ଦେଶରୁ ପ୍ରାୟ ୩୫ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ଓଡ଼ିଶାରୁ ଦଶମ ଶ୍ରେଣୀରେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ଦ୍ୱାଦଶରେ ୧୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Related Posts