ଘୋଷଣା ହେଲା ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ; ତାଲିକାରେ ଅଚ୍ୟୁତ, ସଂତୃପ୍ତ, ରାଜଶ୍ରୀ, ଅରୁପ..

ଭୁବନେଶ୍ୱର,୨୭/୩(ସତ୍ୟପାଠ ବ୍ୟୁରୋ): ବିଜେଡିର ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ପୂର୍ବରୁ ୯ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। 

ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଅନୁଯାୟୀ ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁର- ଶର୍ମିଷ୍ଠା ସେଠୀଙ୍କୁ ଦଳୀୟ ପ୍ରାର୍ଥୀ ଘୋଷଣା କରିଛି ଦଳ।

Related Posts