ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଶନିବାର ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାକୁ ଥିବାବେଳେ ଏଥରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ସୂଚନା ମିଳିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ, ବୈଷୟିକ ଶିକ୍ଷା ସହ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ଏହି ବୈଠକରେ ମୋହର ବାଜିପାରେ।

ତେବେ ମାସକ ପୂର୍ବରୁ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୭ପ୍ରସ୍ତାବରେ ବାଜିଥିଲା ମୋହର। ମିଲେଟ ମିଶନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ବୈଠକରେ ମଂଜୁରୀ ମିଳିଥିଲା । ୪ ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ, ସୁନ୍ଦରଗଡ଼ କୋଏଲ ନଦୀରେ ଇନଷ୍ଟ୍ରିମ୍ ବ୍ୟାରେଜକୁ ମଂଜୁରୀ ମିଳିଥିଲା ।