ଆସନ୍ତା ୧୯ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ; ଭର୍ଚୁଆଲ୍‌ ପ୍ଲାଟଫର୍ମରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତା ୧୯ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ବୈଠକ ବସିବ। ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ କ୍ୟାବିନେଟ୍ ବୈଠକ ଡକାଯାଇଥିବାରୁ ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି।

ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିପାରି ନାହିଁ। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର୍ ଧରିଛି ।

Related Posts