ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,14/1(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କର ଜାନୁଆରୀ ୧୭ କୁ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ ହେବ।

ଓଡ଼ିଆଙ୍କର ଆରାଧ୍ୟ ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଭକ୍ତ ମାନେ ଯେପରି ଶ୍ରଦ୍ଧା ଓ ଭକ୍ତିର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ ଏବଂ ମହାପ୍ରଭୁଙ୍କୁ ଭକ୍ତିଅର୍ଘ୍ୟ ସମର୍ପଣ କରିପାରିବେ ସେ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବା ନେଇ ମଧ୍ୟ ଘୋଷଣା ହୋଇଛି ।

Related Posts