ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ଯ ସରକାର

ଭୁବନେଶ୍ୱର: ରାଜ୍ଯ ସରକାରଙ୍କ ପକ୍ଷରୁ ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୮ ଜଣ ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍‌) ଅଧିକାରୀଙ୍କର ବଦଳି ହୋଇଛି । ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତି ଭୂଷଣ ମିଶ୍ରଙ୍କୁ କଟକ ସ୍ଥିତ ଆର୍‌ଡିସି କାର୍ଯ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି ।

ସେହିପରି ଗଜପତି ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ମାଲକାନଗିରିର ଅତିରିକ୍ତ ଜିଲ୍ଲାପାଳ, ମାଲକାନଗିରିର ଅତିରିକ୍ତ ଜିଲ୍ଲାପାଳ ରୋମାଞ୍ଜଳ ଖମାରିଙ୍କୁ ଗଜପତିର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସୋନା ଟୁଡୁଙ୍କୁ କେନ୍ଦୁଝରର ଅତିରିକ୍ତ ଉପଜିଲ୍ଲାପାଳ, ଗୋପିନାଥ କୁଅଁରଙ୍କୁ ଯାଜପୁର ଉପଜିଲ୍ଲାପାଳ, ଅନିଲ କୁମାର ସେଠୀଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ, ସଞ୍ଜୟ କୁମାର ମିଶ୍ରଙ୍କୁ ଖଦି ଓ ଗ୍ରାମୋଦ୍ୟଗର ଉପସଚିବ, ପ୍ରଭାତ କୁମାର ସାହୁଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ସଚିବ ଭାବେ ବଦଳି କରାଯାଇଛି । ଏହି ଅଧିକାରୀମାନଙ୍କର ପୂର୍ବ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି ।

Related Posts