ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀକୁ ମଂଜୁର | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦବୀ ପୁର୍ଣ ନେଇ ଗ୍ରୀନ ସିଗ୍ନାଲ ଦେଇଛନ୍ତି | ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି।

ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏ ସବଇନ୍ସପେକ୍ଟର ଓ ୬ ଜଣ ଲେଖାଏ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବାସ୍ଥା ଅଧିକ ଦୃଢ ହୋଇପାରିବ। ଏହି ନୂତନ ପଦବୀ ଗୁଡିକ ରାଜ୍ୟ ସରକାରଙ୍କ ORV Act ସମେତ ନିଯୁକ୍ତି ନିୟମାବଳୀର ସମସ୍ତ ବ୍ୟବସ୍ଥା ଅନୁଯାୟୀ ପୂରଣ କରାଯିବ ବୋଲି କୁହାଯାଇଛି ।

Related Posts