କରୋନା ମୁକାବିଲା ପାଇଁ ସଜାଗ ଅଛନ୍ତି ରାଜ୍ୟ ସରକାର, ଆତଙ୍କିତ ନହେବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର,୨୪/୧୨(ସତ୍ୟପାଠ ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାର ସମ୍ପୂର୍ଣ ସଜାଗ ଅଛନ୍ତି । କୋଭିଡକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ, BF.7 ଭାରିଆଣ୍ଟ ଦୁଇ ବର୍ଷ ହେଲାଣି ଅଛି । ଏବେ ଚୀନରେ କେସ୍‌ ବଢୁଥିବାରୁ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଯଦିଓ ଏହାର ସଂକ୍ରମଣ କ୍ଷମତା ଅଧିକ କିନ୍ତୁ ଫାଟାଲିଟି ଓ ମୋଟାଲିଟି ବିଶେଷ ନାହିଁ ।

ବିଗତ ୪ଟି ଲହର ପାଇଁ ଆମର ରୋଗ ପ୍ରତିରୋଧକ ଶକ୍ତି ଅଧିକ ଅଛି । ତେଣୁ ଏହା ଅଧିକ ସଂକ୍ରମିତ କରିପାରିବ ନାହିଁ । ୩ ମାସରୁ ଅଧିକ ହେଲାଣି ରାଜ୍ୟରେ ପଜିଟିଭ ରେଟ୍‌ ବଢ଼ିନାହିଁ । ହସ୍ପିଟାଲରେ ରୋଗୀ ଅଧିକ ନାହାନ୍ତି । ଆଗକୁ ଯଦି ସଂକ୍ରମଣ ବଢେ କିପରି ମୁକାବିଲା କରାଯିବ ସେନେଇ ଆମେ ପ୍ରସ୍ତୁତ ରହିଛୁ । ସର୍ଭେଲାନ୍ସକୁ ଜୋରଦାର କରାଯିବ । ଯେଉଁମାନଙ୍କଠାରେ ଲକ୍ଷଣ ଦେଖାଯାଉଛି ସେମାନେ ତୁରନ୍ତ ଟେଷ୍ଟ କରାନ୍ତୁ । ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ମଜଭୁତ ଅଛି । ବର୍ତ୍ତମାନ ରୋଗୀ ନଥିଲେ ମଧ୍ୟ ବେଡ଼ ମହଜୁଦ ରଖାଯାଇଛି । ଦରକାର ପଡ଼ିଲେ ବେଡ଼ ସଂଖ୍ୟା ବଢାଯିବ । କେନ୍ଦ୍ର ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ୨୭ ତାରିଖରେ ମକ୍‌ ଡ୍ରିଲ୍‌ ହେବ ।

Related Posts