ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ କଲେ ରାଜ୍ଯ ସରକାର

ଭୁବନେଶ୍ୱର: ଆଇଏଏସ ସ୍ତରରେ ହେଲା ଛୋଟଧରଣର ଅଦଳବଦଳ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି । ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ରାଜ୍ୟ ସରକାର କରିଛନ୍ତି। ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନ୍ୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶ୍ରୀ ଲୋହାନୀ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଛନ୍ତି। ଏଥିସହ ଅବାକାରୀ ବିଭାଗର ସଚିବ ପଦ ମଧ୍ୟ ତାଙ୍କ ପାଖରେ ରହିଛି।

ସେହିପରି ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଶ୍ରୀ ସିଂହ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଶ୍ରୀ ସିଂହ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ଲୋହାନୀ ଆପେଆପେ ଏହି ପଦରୁ ଅବ୍ୟାହତ ନେଇଯିବେ।

୧୯୯୭ ବ୍ୟାଚ୍‌ ଆଇଏଏସ୍‌ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଶ୍ରୀ ସିଂହ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସୂଚନାଯୋଗ୍ୟ, ଆଇଏଏସ ଅଶୋକ କୁମାର ମୀନାଙ୍କୁ ଗତ ମାସରେ କେନ୍ଦ୍ର ସରକାରରେ ନୂଆ ଦାୟିତ୍ୱ ମିଳିଥିଲା। ସେ ଭାରତୀୟ ଖାଦ୍ୟ ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ରାଜ୍ୟ ସରକାର ଶୁକ୍ରବାର ତାଙ୍କୁ ରିଲିଭ କରିଥିଲେ ।

Related Posts