ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୬୩ ହଜାର ୩୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।
ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୧୩୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।





