
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା | ସଂକ୍ରମଣ ହାର କମୁଥିବା ବେଳେ, ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟାଇନ୍ରୁ ରହିଛନ୍ତି ।
ଏଥିମଧ୍ୟରୁ କେହି ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧ଟି ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ମାତ୍ର ଜଣେ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।