ପୁରୀ ପରିକ୍ରମା ପ୍ରକଳ୍ପ ନେଇ ଆସିଲା ସୁପ୍ରିମକୋର୍ଟଙ୍କ ବଡ ରାୟ: ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍ …କହିଲେ ‘ତୁମ ଇଚ୍ଛା ବିନା ପତ୍ରଟେ ବି ହଲେନି ଆହେ ଜଗନ୍ନାଥ’

ପୁରୀ : ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି | ରାଜ୍ୟ ସରକାରଙ୍କ ସପକ୍ଷରେ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ | ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିବା ଆବେଦନ କାରୀଙ୍କ ଉପରେ ଜୋରିମାନା ମଧ୍ୟ ଲଗାଇଛନ୍ତି |

ଏହାସହ ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ବିଜୟ ହୋଇଛି । ସୁପ୍ରିମକୋର୍ଟଙ୍କ ଫୈସଲା ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ତୁମ ଇଚ୍ଛାବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ସରକାରଙ୍କ ବିଜୟ ପରେ ଶ୍ରୀଜଗନ୍ନାଥଙ୍କୁ ନବୀନ ପଟ୍ଟନାୟକ ଶ୍ରେୟ ଦେଇଛନ୍ତି ।

ସେପଟେ, କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଲକ୍ଷେ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏହାସହ ନିଜସ୍ୱ ପ୍ରଚାର ପାଇଁ କୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଥିବା କୋର୍ଟ କହିଛନ୍ତି । ତେବେ ଉନ୍ନୟନମୂଳକ କାମକୁ ଉଦେ୍ଧଶମୂଳକ ଭାବେ ରୋକଯାଉଥିବା କୋର୍ଟ ନିଜ ରାୟରେ କହିଛନ୍ତି । ଗତକାଲି ସବୁ ପକ୍ଷକୁ ଶୁଣିବା ପରେ ଦୁଇ ଜଣିଆ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଥିଲେ । ବେଆଇନ ନିର୍ମାଣ ଓ ଖନନ ହୋଇଥିବା ଅଭିଯୋଗ ହୋଇଥିଲା । ୨ଜଣ ବ୍ୟକ୍ତି ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ଲିଭ୍ ପିଟିସନ ଦାୟର କରିଥିଲେ । ତେବେ ରହିତାଦେଶ ଏଡାଇବାକୁ ସରକାର କ୍ୟାଭିଏଟ୍ କରିଥିଲେ ।

ଏବେ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ପରେ ଜାରି ରହିବ ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ।

Related Posts