ରାଜ୍ୟର ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି କରି କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୮/୪(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ। ସେ ପୁରୀ-ହାୱଡା ମଧ୍ୟରେ ‘ବନ୍ଦେ ଭାରତ’ ଚଳାଚଳ ପାଇଁ ଦାବି କରିଥିବା ବେଳେ ପୁରୀ-ରାୟପୁର ଭାୟା ରାଉରକେଲା- ସମ୍ବଲପୁର ମଧ୍ୟରେ ଚଳାଚଳ ଲାଗି ଦାବି କରିଛନ୍ତି। ଏହାସହିତ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଟୁକୁନି ସାହୁ ଚିଠି ଲେଖିଛନ୍ତି।

ସୂଚନାଯୋଗ୍ୟ, ଆଜି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଛି। ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ହାୱଡ଼ା- ପୁରୀ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହୋଇଛି। ସକାଳ ୬ଟା ୧୦ରେ ହାୱଡ଼ାରୁ ଏହି ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଏହା ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ଟ୍ରେନ୍। ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ପହଞ୍ଚିବ ହାଓଡ଼ା।

Related Posts