ହନୁମାନ ପତାକା ନେବା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ; ୧୪୪ ଧାରା ଜାରି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହନୁମାନ ପତାକା ନେବା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ହନୁମାନ ପତାକା ନେବା ବେଳେ ହିନ୍ଦୁ ଓ ମୁସଲମାନ ଦୁଇ ଗୋଷ୍ଠୀ ପରସ୍ପର ମୁହାଁ ମୁହିଁ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ଲାଠିଚାର୍ଜ କରିଛି। ଏଥିସହ ଯୋଡା ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ରାମନବମୀ ଥିବାବେଳେ, ଯୋଡ଼ାରେ ଆଖଡା ଶୋଭାଯାତ୍ରା ବାହାରିଥିଲା । ତେବେ ୪ନଂ ୱାର୍ଡରେ ଥିବା ଏକ ଶିବ ମନ୍ଦିରକୁ ଝଣ୍ଡା ନେଇ ଯିବାକୁ ଚାହିଁଥିଲେ ହିନ୍ଦୁ ସମ୍ପ୍ରଦାୟର ଲୋକେ । କିନ୍ତୁ ପୋଲିସ୍ ସେମାନଙ୍କୁ ଅନୁମତି ଦେଇନଥିଲେ । ଆଜି ସକାଳେ ମାତ୍ର ୫ଜଣ ବ୍ୟକ୍ତି ଝଣ୍ଡା ନେଇଯିବେ ବୋଲି ପୋଲିସ୍ କହିଥିଲେ ମଧ୍ୟ ସେମାନଙ୍କୁ ଅନୁମତି ମିଳିନଥିଲା ।

ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ୟକ୍ତ ଲୋକେ ଷ୍ଟେଟ ବ୍ୟାଙ୍କ ନିକଟ ହନୁମାନ ମନ୍ଦିର ପାଖରେ ରାସ୍ତା ଅବରୋଧ କରି ବସିଥିଲେ ଏବଂ କିଛି ସମୟ ପରେ ଝଣ୍ଡା ନେଇ ମନ୍ଦିର ଉଦ୍ଦେଶ୍ୟରେ ଯାଉଥିବା ବେଳେ, ବଜାର ଗଳିରେ ମୁସଲିମ କମ୍ୟୁନିଟିର କିଛି ଲୋକ ଏହାକୁ ବିରୋଧ କରିଥିଲେ, ଯାହା ଫଳରେ ଉତ୍ତେଜନା ବୃଦ୍ଧି ପାଇଥିଲା । ପୋଲିସ୍ ଉଭୟ ପକ୍ଷକୁ ବୁଝାସୁଝା କରିଥିଲେବି ଉତ୍ତେଜନା ଥମିବା ବଦଳରେ ବଢିବାକୁ ଲାଗିଲା । ଉଭୟ ପକ୍ଷରୁ ଭଙ୍ଗାରୁଜ୍ଜା ଓ ପ୍ରବଳ ଟେକାପଥର ଓ କାଚ ବୋତଲ ମାଡ଼ ହୋଇଛି । ଉତ୍ତେଜନାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ୍ ଫାଙ୍କା ଗୁଳି ଚାଳନା କରିବାକୁ ପଡିଛି । ଘଟଣାରେ କିଛି ବ୍ୟକ୍ତି ଆହତ ହୋଇଛନ୍ତି ।

Related Posts