ଚିଲିକା ବିଧାୟକଙ୍କ ଗାଡ଼ି ବିଜେପି କର୍ମୀଙ୍କ ଉପରେ ଚଢ଼ିଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ..

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗାଡ଼ି ବିଜେପି କର୍ମୀଙ୍କ ଉପରେ ଚଢ଼ିଯାଇଥିବାର ଖବର ସାମ୍ନାକୁ ଆସିଛି । ତାଙ୍କ ଗାଡ଼ି ୩ ବିଜେପି କର୍ମୀଙ୍କ ଉପରେ ଚଢ଼ିଯାଇଥିଲା। ଏଥିରେ ତିନିଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳା ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । ଏ ଖବର ସାମ୍ନାକୁ ଆସିବା ପରେ ଏହା ସାରା ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ସେପଟେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗାଡ଼ି ବିଜେପି କର୍ମୀଙ୍କ ଉପରେ ଚଢ଼ିଯିବାର ଏକ ଭିଡିଓ ଗଣମାଧ୍ୟମରେ ପ୍ରସାରିତ ହେଉଛି। ସେଥିରେ କର୍ମୀମାନଙ୍କ ଉପରେ ଗାଡ଼ି ଚଢ଼ାଇ ଚାଲିଯିବା ଲାଗି ବିଧାୟକ ଉଦ୍ୟମ କରୁଥିବା ଦେଖିବାକୁ ମିଳିଛି।

Related Posts