ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ୍ ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର । ଗୋଟିଏ ପୁରୁଣା ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ସେ କଟକର ସ୍ଵତନ୍ତ୍ର ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି। ସୂଚନା ମୁତାବକ , ମହୁଲପାଟଣା ଫାଣ୍ଡି ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ ରଫାଦଫା ପାଇଁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ୍ ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ହାତରେ ସେ ଧରାପଡ଼ିଛନ୍ତି। ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର ଏଏସଆଇଙ୍କ ଠାରୁ ୩ ଲକ୍ଷ ଦାବି କରୁଥିଲେ। ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା।

Related Posts