ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ କେ.କେ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ କେ.କେ । ତେବେ କୋଲକାତାରେ ଏକ କନସର୍ଟ ଚାଲିଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ତାଙ୍କର ମୁମ୍ବାଇର ଅନ୍ତିମ ସଂସ୍କାର କରାଯାଇଛି। ମୁମ୍ବାଇର ବର୍ସୋଭାସ୍ଥିତ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଜାତୀୟ ଗଣମାଧ୍ୟମ ଅନୁଯାୟୀ, କେକେଙ୍କ ପୁଅ ତାଙ୍କୁ ମୁଖାଗ୍ନି ଦେଇଛନ୍ତି।

ତେବେ ଶ୍ମଶାନକୁ ଯିବା ପୂର୍ବରୁ ବଲିଉଡର ଅନେକ କଣ୍ଠଶିଳ୍ପୀ ତାଙ୍କର ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ। କୋଲକାତାର ନଜୁରଲ ମଞ୍ଚଠାରେ ଏକ ସଂଗୀତ ସମାରୋହରେ ଯୋଗ ଦେବାକୁ ସେ ଯାଇଥିଲେ। ସଂଗୀତ ପରିବେଷଣ ପରେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ରାତି ପ୍ରାୟ ୧୦ଟାରେ ସ୍ଥାନୀୟ ସିଏମଆରଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତ ପାଇଁ ତାଙ୍କର ମୃତ୍ୟୁ ହୋଇଥିବା କହିଥିଲେ ଡାକ୍ତର।

Related Posts