ଆଉ ଦୁଇ ଦିନ ଶୀତରେ କମ୍ପିବ ସାରା ରାଜ୍ୟ; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ଶୀତ । ତେବେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ଲାଗି ରହିବ । ଏପରିକି ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜିଠାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ଯାଏଁ କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ନବରଙ୍ଗପୁର, ସୋନପୁର, ବୌଦ୍ଧ, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଶୀତ ଅନୁଭୂତ ହେବ।

ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି ୩୦ ତାରିଖ ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଶୀତର ଲହର ଅନୁଭୂତ ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Posts