ଓଡ଼ିଶା ହାଇକୋର୍ଟରେ ପଡ଼ି ରହିଛି ୧ ଲକ୍ଷ ୭୩ ହଜାର ୫୧୦ ମାମଲା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଓଡ଼ିଶା ହାଇକୋର୍ଟରେ ପଡ଼ି ରହିଛି ୧ ଲକ୍ଷ ୭୩ ହଜାର ୫୧୦ ମାମଲା । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି । ତେବେ ୨୦୨୧ ଶେଷ ସୁଦ୍ଧା ଏହି ମାମଲା ପଡିରହିଥିବା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି । ରାଜ୍ୟ ନ୍ୟାୟପାଳିକାର ପ୍ରଦର୍ଶନ ନେଇ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି । ସେପଟେ ଏହା ପରେ ଦାଏର ହୋଇଛି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ କେସ୍। ତେବେ ତା’ ଭିତରୁ ୧ ଲକ୍ଷ ୫ ହଜାର ୩୩୪ ମାମଲାର ଫଇସଲା ହୋଇଛି। ୨୦୨୧ ମସିହା ଶେଷ ସୁଦ୍ଧା ୧ ଲକ୍ଷ ୯୭ ହଜାର ୧୧୯ ମାମଲା ଏବେବି ପଡିରହିଛି। ରାଜ୍ୟ ନ୍ୟାୟପାଳିକାର ପ୍ରଦର୍ଶନ ନେଇ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି।

ବିଚାର ନହୋଇ ଦୀର୍ଘ ଦିନ ଧରି ମାମଲା ପଡ଼ିରହିବା ଓ ଜିଲ୍ଲା ଜଜ୍ଙ୍କୁ ଠିକରେ ମାମଲା ବଣ୍ଟନ ନହେବା ଏବଂ କୋର୍ଟଙ୍କ ରହିତାଦେଶ ନିର୍ଦ୍ଦେଶ ଠିକରେ କାର‌୍ୟ୍ୟକାରୀ କରାନଯିବା ଭଳି ଚିନ୍ତାଜନକ ତଥ୍ୟ ରିପୋର୍ଟରେ ସାମ୍ନାକୁ ଆସିଛି। ୨୦୨୧ ମସିହାର ଏହି ରିପୋର୍ଟରେ କୁହାଯାଇଛି ଯେ, କୋର୍ଟରେ ମାମଲା ବଢିବା ଦ୍ୱାରା ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢୁଥିବା ସୂଚାଉଛି। ମାତ୍ର ବହୁ କେସ୍ରେ ବିଚାର ହୋଇନପାରିବା ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଥି ସହିତ ଓଡ଼ିଶା ଆଡମିନିଷ୍ଟ୍ରେଟିଭ୍ ଟ୍ରିବ୍ୟାନାଲ ଉଚ୍ଛେଦ ହେବା ପରେ ଏଠିକାର ପ୍ରାୟ ୪୦ ହଜାର ମାମଲା ହାଇକୋର୍ଟକୁ ସ୍ଥାନାନ୍ତର ହୋଇଛି। ଯାହା କି ହାଇକୋର୍ଟଙ୍କ ଭାର ବଢାଇଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts