ଆସନ୍ତା ୪ ଦିନ ଯାଏଁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ୪ ଦିନ ଯାଏଁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ଭିତରେ ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଠିକ୍‌ ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ସମ୍ୱଲପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଅନୁଗୋଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୫ ତାରିଖ ସକାଳ ସାଢ଼େ ୮ଟାରୁ ୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୟାଗଡ଼, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଖୋର୍ଦ୍ଧା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୬ ତାରିଖ ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ଭିତରେ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଞ୍ଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

Related Posts