ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି।
ସେହିପରି ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡିି, କନ୍ଧମାଳ, ବୌଦ୍ଧ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
