ଓଡ଼ିଶା ଉପରୁ ଟଳିଲା ବାତ୍ୟା ଭୟ କିନ୍ତୁ 23 ରୁ 26 ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପରୁ ଟଳିଛି ବାତ୍ୟା ଭୟ। ତେବେ କିନ୍ତୁ ଆଗାମୀ ୨୩ ରାତିରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ। ତେବେ ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ।

୨୫ ତାରିଖ ରାତିରୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ ଓ ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ। ସେହିଭଳି ୨୬ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Related Posts