ନକ୍ସଲଙ୍କ ଗୁଳିରେ ୩ ଜଣ ଯବାନ ସହିଦ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନକ୍ସଲଙ୍କ ଗୁଳିରେ ୩ ଜଣ ଯବାନ ସହିଦ । ନକ୍ସଲମାନଙ୍କ ଗୁଳିରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସର (ସିଆରପିଏଫ୍)ର ୩ ଜଣ ଯବାନ ସହିଦ ହୋଇଛନ୍ତି। ଜିଲ୍ଲାର ବୋଡେନ୍ ଥାନା ଅନ୍ତର୍ଗତ ପାଟଧରା ସଂରକ୍ଷିତ ଜଙ୍ଗଲରେ ଆଜି ସିଆପିଏଫ୍ ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ୩ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ସହିଦ ଯବାନମାନେ ହେଲେ ଶିଶୁପାଳ ସିଂହ, ଶିବଲାଲ ଓ ଧର୍ମେନ୍ଦ୍ର କୁମାର ସିଂହ। ନୂଆପଡ଼ାର ବୋଡେନ୍ ଥାନା ଅନ୍ତର୍ଗତ ପାଟଧରା ସଂରକ୍ଷିତ ଜଙ୍ଗଲରେ ନକ୍ସଲମାନେ ଚଳପ୍ରଚଳ କରୁଥିବା ନେଇ ସିଆରପିଏଫ୍ ଯବାନଙ୍କୁ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା।

ସିଆରପିଏଫ୍ ଯବାନମାନେ ନକ୍ସଲ ଦମନ ପାଇଁ ସର୍ଚ୍ଚ ଅପରେସନରେ ବାହାରିଥିଲେ। ଯବାନଙ୍କୁ ଦେଖି ନକ୍ସଲମାନେ ବିଚଳିତ ହୋଇଯାଇଥିଲେ। ସେମାନେ ଯବାନଙ୍କ ଉପରକୁ ଅତର୍କିତ ଭାବେ ଗୁଳି କରିଥିଲେ। ଯବାନମାନେ ମଧ୍ୟ ପାଲଟା ଯବାବ ଦେଇଥିଲେ। ତେବେ ନକ୍ସଲଙ୍କ ଗୁଳିରେ ଘଟଣାସ୍ଥଳରେ ୩ ଜଣ ଯବାନ ସହିଦ ହୋଇଥିବା ପୁଲିସ ସୂତ୍ରରୁ ପ୍ରକାଶ।

Related Posts