ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଜାରୀ ରହିଥିବା ଅସହ୍ୟ ଗରମରୁ ମିଳିବ ଆଶ୍ୱସ୍ତି । ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଆଜିଠୁ ଆସନ୍ତାକାଲି (୪ ଏପ୍ରିଲ) ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହେବ। ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରଳ ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

୫ ତାରିଖ ସକାଳ ସାଢ଼େ ୮ଟାରୁ ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବ। ସେହିପରି ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ସେଥିପାଇଁ ଏସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୬ ତାରିଖ ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳେ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ରହିବ। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ବେଗ ୩୦ରୁ ୪୦ କି.ମି ରହିବ। ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Posts