ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି; ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ୍ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ବୁଧବାର ମାର୍ଗଶୀର ମାସ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ୍ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ ।ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ ।

ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Related Posts