ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ବନ୍ଦ୍ ରହିବ ସାଧାରଣ ଦର୍ଶନ

ଭୁବନେଶ୍ଵର,୧୪/୧୨ (ସତ୍ୟପାଠ ବ୍ୟୁରୋ): ଆଜି ହେଉଛି ପୌଷ-କୃଷ୍ଣ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି ।‌ ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟା ରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

Related Posts