ଆଜି ପଞ୍ଚୁକର ଦ୍ୱାଦଶୀ ତିଥି: ଭକ୍ତଙ୍କୁ ବାଙ୍କଚୁଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : କାର୍ତ୍ତିକ ମାସର ଆରମ୍ଭ ହୋଇଯାଇଛି ପବିତ୍ର ପଞ୍ଚୁକ । ତେବେ ଏନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୁଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଲାଗି ରହିଛି ଭକ୍ତଙ୍କ ଗହଳି ।

ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଗତକାଲି ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଥିଲେ।

ତେବେ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ହବିଷ୍ୟାଳୀଙ୍କ ସହ ଭକ୍ତଙ୍କ ପ୍ରବଳ ଭିଡ ଜମିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Related Posts