ଆଜି ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ପରୀକ୍ଷା ସମ୍ପର୍କରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ | ଆଜି ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ | ପରୀକ୍ଷାର୍ଥୀ ମାନଙ୍କ ସହ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ଏନେଇ ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି | ଏହା ପଞ୍ଚମ ସଂସ୍କରଣ | ଏହି କାର୍ଯ୍ରକ୍ରମରେ ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହେବେ | କିପରି ଚାପ ମୁକ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ସେ ସମ୍ପର୍କରେ ନିଜ ନିଜର ମତ ପ୍ରଦାନ କରିବେ ଓ ପ୍ରଧାନମନ୍ତ୍ରୀ ଶିକ୍ଷାର୍ଥୀ ମାନଙ୍କୁ ଟିପ୍ସ ବି ଦେବେ |

ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଗତ ଡିସେମ୍ବର ଓ ଜାନୁଆରୀ ମାସରେ ଅନଲାଇନ୍‌ରେ ଏକ କ୍ରିଏଟିଭ୍ ରାଇଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୫ଲକ୍ଷରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ । କାର୍ଯ୍ୟକ୍ରମର ପ୍ରଥମ ତିନିଟି ଏଡିସନ୍ ଦିଲ୍ଲୀର ଟାଉନ୍ ହଲରେ ହୋଇଥିବା ବେଳେ କରୋନା ଯୋଗୁଁ ଚତୁର୍ଥ ସଂସ୍କରଣ ଅନଲାଇନରେ ହୋଇଥିଲା । ଏହି କାର୍ଯ୍ୟକ୍ରମ ଜରିଆରେ ପିଲାଙ୍କୁ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ
|

Related Posts