ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର,୨୧/୮(ସତ୍ୟପାଠ ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ଅଟେ।

ଅପରାହ୍ନ ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେଣୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Related Posts