ଆଜି ସାରା ରାଜ୍ୟର କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଜି ସାରା ରାଜ୍ୟର କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସେପଟେ ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଏହାସହ ବିଭିନ୍ନ ସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମୋଟାମୋଟି ଭାବେ କହିବାକୁ ଗଲେ ସାରା ରାଜ୍ୟରେ ଏବେ ସଂକ୍ରମଣ ଉପମୁହାଁ । ବିଶେଷ କରି କଟକ ଭୁବନେଶ୍ୱରରେ ସଂକ୍ରମଣ ବଢିଛି । ଫଳରେ ରେଡ ଜୋନରେ ରହିଛି ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲା । ଏହାକୁ ଦୃଷ୍ଟିରେ ରାଜ୍ୟ ସରକାର କଠୋର ନିଷ୍ପତ୍ତି ନେବାକୁ ଯାଉଛି । ବିଭିନ୍ନ ସ୍ଥାନରେ ମାସ୍କ ପରିଧାନକୁ ବାଧ୍ୟତା ମୂଳକ କରାଯାଇଛି ।

ଏମିତିକି ସ୍କୁଲ ପରିସରରେ ମଧ୍ୟ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଏହାକୁ ନଜରରେ ରଖି ଆଜି ସାରା ରାଜ୍ୟର କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକରେ ମୁଖ୍ୟ ସଚିବ, ଉନ୍ନୟନ କମିଶନର ଓ ସ୍ୱାସ୍ଥ୍ୟ ସଚିବ ପ୍ରମୁଖ ଉପସ୍ଥିତ ରହିବେ । ତେବେ କିଛି ଗୋଟି ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି ।

Related Posts