ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ଶ୍ରୀମନ୍ଦିରରେ ୫ଘଣ୍ଟା ବନ୍ଦ୍ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ହେଉଛି ଶ୍ରାବଣ ମାସ କୃଷ୍ଣ ସପ୍ତମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ସିଙ୍ଗାର ତଥା ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଅପରାହ୍‌ଣ ୫ଟା ଠାରୁ ଏହି ନୀତି ଅନୁଷ୍ଠିତ ହେବାନେଇ ନୀତି ନିର୍ଘଣ୍ଟ ହୋଇଛି। ଏହି ନୀତି ସମୟରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ୍ ରହିବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Posts