ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।‌ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।‌

ବନକ ଲାଗି ନୀତିରେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥାଏ । ଦତ୍ତ ମହାପାତ୍ର ସେବକମାନେ ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ସ୍ବତନ୍ତ୍ର ନୀତି ଚାଲିବ । ତେଣୁ ଆଜି ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।‌ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

Related Posts