
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି | ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ, ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ମହାସ୍ନାନ । ଆଜି ମଙ୍ଗଳ ଆଳତୀ ପରେ ରତ୍ନ ସିଂହାସନ ଉପରେ ଥିବା ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜିଯିବାରୁ ଠାକୁରଙ୍କୁ ମହାସ୍ନାନ କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ନୀତିରେ ପ୍ରାୟ ୧ ଘଣ୍ଟା ବିଳମ୍ବ ହୋଇଛି ।