ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି | ଆଜି ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି ପଡୁଥିବା ବେଳେ, ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି | ଫଳରେ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ଵିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହା ଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

Related Posts