ଦେଶରେ ଉପର ତଳ କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୨୭୧୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଉପର ତଳ ହେଉଛି କରୋନାର ଦୈନିକ ସଂକ୍ରମଣ ହାର | ଦେଶରେ କାୟା ମେଲାଇବା ପରେ ଏବେ ଖସିବାରେ ଲାଗିଛି ସଂକ୍ରମଣ । ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୭୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷ ୪୭ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୮୧୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୮ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୫୩୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Posts