ଦେଶରେ ଉପରତଳ କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୧୩୭୩୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ବଢ଼ୁଥିବା ବେଳେ ଏବେ କମିବା ଆରମ୍ଭ କରିଛି । ତା ସାଙ୍ଗକୁ ମୃତ୍ୟୁସଂଖ୍ୟାରେ ବି ଲାଗିନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୯୭୯୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୩ ଲକ୍ଷ ୮୩ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୪୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Posts