ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଜି ବାହାରିବ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳ । ତେବେ ପଶ୍ଚିମବଙ୍ଗ, କେରଳମ୍‌, ତାମିଲନାଡ଼ୁ, ଆସାମ ଓ କେନ୍ଦ୍ରଶାସିତ ପ୍ରଦେଶ ପୁଡୁଚେରୀର ନିର୍ବାଚନୀ ଫଳାଫଳ ଉପରେ ସାରା ଦେଶର ନଜର ରହିଛି । ତେବେ ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି। ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୬୦ ଆସନରେ ଆଗୁଆ ଥିବାବେଳେ ଟିଏମସିକୁ ବଡ଼ ଝଟ୍‌କା ଲାଗିଛି। ଶାସକ ଦଳ ୧୧୭ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟଦଳ ୧ ଆସନରେ ଆଗୁଆ ରହିଛନ୍ତି।

ରାଜ୍ୟ ବିଧାନସଭାରେ ସରକାର ଗଠନ ପାଇଁ ୧୪୮ ଆସନର କୁହୁକ ସଂଖ୍ୟା ରହିଥିବାବେଳେ ବିଜେପି ପ୍ରାରମ୍ଭିକ ଗଣତିରେ ଏହାକୁ ଅତିକ୍ରମ କରିଥିବା ଦେଖାଯାଉଛି। ସେପଟେ ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଦାବି କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ କରିବ। ଅଧିକାରୀ ପୁଣି ଥରେ ନନ୍ଦୀଗ୍ରାମରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ଭବାନୀପୁରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି।