ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ କାଳବୈଶାଖୀ । ରାଜ୍ୟର ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।
ସେହିପରି ଏହି ସମୟ ବରଗଡ଼ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।





