
ରାଜ୍ୟରେ ଆରଂଭ ହୋଇଯାଇଛି ଗ୍ରୀଷ୍ମପ୍ରବାହ । ଆକାଶରୁ ଝରିଲାଣି ନିଆଁ । ଗ୍ରୀଷ୍ମପ୍ରବାହକୁ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କରଯାଇଥିବା ପୂର୍ବାନୁମାନ ଅନୁଯାୟୀ ଆଜି ଦୁଇ ଜିଲ୍ଲାରେ ୪୦ ଡିଗ୍ରୀ ଟପିଛି ତାପମାତ୍ରା । ଭୁବନଶ୍ୱର ପାଣିପାଗ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ, ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ବଲାଙ୍ଗୀର । ସେଠାରେ ଆଜି ତାପମାତ୍ରା ୪୦.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ସେହିପରି ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟର ୮ ସହରର ତାପମାତ୍ରା ୩୯ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି ।
ଭୁବନେଶ୍ୱରରେ ତାପମାତ୍ରା ୩୬.୨ ଡିଗ୍ରୀ ସେଲସିୟସ୍ ଥିବାବେଳେ, କଟକର ତାପମାତ୍ରା ୩୭.୮ ଡିଗ୍ରୀ ଥିବା ରେକର୍ଡ କରାଯାଇଛି ।
ସେପଟେ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୭ଟି ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୫ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ସୋନପୁର, ବୌଦ୍ଧ, ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହିସବୁ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।