ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ପରୀକ୍ଷା । ମେ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ଜୁନ ୪କୁ ଘୁଂଚାଇଦିଆଯାଇଛି । କଳା ବିଭାଗର ଗଣିତ ଓ ଗୃହ ବିଜ୍ଞାନ ସହ ବିଜ୍ଞାନର ଗଣିତ ପରୀକ୍ଷା ଘୁଞ୍ଚିଛି । ପରୀକ୍ଷା ଘୁଞ୍ଚିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୨୧ ତାରିଖରୁ ୨୮ ତାରିଖର ସୂଚୀ ପୂର୍ବବତ ରହିବ । ସୂଚନା ଥାଉ କି ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ ।

ସେହିପରି ଜୁନ ୩ରେ ଭୋଟ ଗଣତି ହେବ । ଗତ ଡିସେମ୍ବର ୩୦ ତାରିଖ ଦିନ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଛି। ସେପଟେ ୬ ମାସ ମଧ୍ୟରେ ଉପନିର୍ବାଚନ ହେବାର ନିୟମ ଥିବା ବେଳେ ଆସନ୍ତା ଜୁନ ମାସରେ ଏହାର ଅବଧି ପୂରଣ ହେଉଥିବାରୁ ମେ ୩୧ରେ ଉପନିର୍ବାଚନ ହେବ । ବ୍ରଜରାଜନଗର ଉପନିର୍ବାଚନରେ ୩ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts