ଦୁର୍ଘଟଣାଗ୍ରସ୍ତ ହେଲା ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ କାର

ୟୁକ୍ରେନ : ଦୁର୍ଘଟଣାଗ୍ରସ୍ତ ହୋଇଛି ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ କାର । ଫଳରେ ସେ ଏହି ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଛନ୍ତି । ରାଜଧାନୀ କିଭ୍ ନିକଟରେ ଦୁର୍ଘଟଣା ଘଟିଛି ।

ୟୁକ୍ରେନ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଏକ ପାସେଞ୍ଜର କାର ଜେଲେନସ୍କିଙ୍କ ଏସକର୍ଟ ସହ ତାଙ୍କ କାରକୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଜେଲେନସ୍କିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେ ଗୁରୁତର ନଥିବା ଡାକ୍ତର ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ପୋଲିସ ଘଟଣାର ତଦନ୍ତ କରୁଛି ।

ତାଙ୍କୁ ସାମାନ୍ୟ ଆଘାତ ଲାଗିଛି ।

Related Posts