ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀଜଗନ୍ନାଥଙ୍କୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରି ଆଶୀର୍ବାଦ ମାଗିଥିବା ଜଣାଯାଇଛି। ଏହି ଅବସରରେ ଶ୍ରୀଶାହଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ପ୍ରହ୍ଲାଦ ସିଂହ ପଟେଲ ମଧ୍ୟ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହାଛଡ଼ା ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ  ବିଜେପି ରାଜ୍ୟ ପ୍ରଭାରୀ ତଥା ରାଜ୍ୟସଭା ସାଂସଦ ଅରୁଣ ସିଂହ ବି ଶ୍ରୀଶାହାଙ୍କ ସହିତ ଶ୍ରୀମନ୍ଦିରକୁ ଯାଇଥିଲେ। ପୁରୀ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରି ଦିଆଯାଇଛି ।ସୂଚନାଯୋଗ୍ୟ, ଅମିତ ଶାହା ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱରରେ ପହଞ୍ଚିଥିଲେ । ସେ ଲୋକସେବା ଭବନରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପ୍ରତିନିଧି ସାମିଲ ଥିଲେ । ଏତଦ ବ୍ୟତୀତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗୁରୁତ୍ୱ ପଦରେ ଥିବା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ଶାହା ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କରିଥିଲେ । ସେ ସନ୍ଧ୍ୟାରେ ସ୍ଥାନୀୟ ଜନତା ମୈଦାନରେ ବିଜେପି ଦ୍ୱାରା ଆୟୋଜିତ ସିଏଏ ସଭାକୁ ସମ୍ବୋଧିତ କରିଥିଲେ । ପରେ ଏକ ଦଳୀୟ ବୈଠକରେ ଯୋଗଦେଇ ପୁରୀ ଯାଇଥିଲେ ।

 

Related Posts