ମାଥିଲୀ : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ହଳଦୀକୁଣ୍ଡରେ ଆତଙ୍କ ସୃଷ୍ଟି କରିଛି ଅଜଣା ରୋଗ । ଏହି ଅଜଣା ରୋଗ ଏବେ ମହାମାରୀର ରୂପ ନେଉଛି । ଫଳରେ ସପ୍ତାହ ମଧ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଗୋଡ଼ ହାତ ଫୁଲିଯିବା ସହ ହଠାତ ଜ୍ୱର ହୋଇ ମୃତ୍ୟୁବରଣ କରୁଛନ୍ତି ଗ୍ରାମବାସୀ ।
ଏବେବି ଗାଁରେ ପାଖାପାଖି ୧୦ ଜଣ ଆକ୍ରାନ୍ତ ରହିଛନ୍ତି । ହେଲେ ଅନ୍ଧବିଶ୍ୱାସ ର ବଶବର୍ତ୍ତି ହୋଇ ଡାକ୍ତରଖାନା ପରିବର୍ତ୍ତେ ଗୁଣିଆ ପାଖରେ ଝଡ଼ାଫୁଙ୍ଖାର ଆଶ୍ରୟ ନେଉଛନ୍ତି ଗ୍ରାମବାସୀ ।
ଟକଲିଗୁଡ଼ା,ବାମନଗୁଡ଼ା ଗାଁରେ ମଧ୍ୟ ଏହି ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି ଗାଁଲୋକ ।
ପ୍ରାଥମିକ ଭାବେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚି ଲୋକଙ୍କୁ ବୁଝାଇ ୪ଜଣଙ୍କୁ ସ୍ୱାସ୍ଥ୍ୟ କେନ୍ଦ୍ର ନେବାରେ ସଫଳ ହୋଇଛି । ସମସ୍ତଙ୍କ ରକ୍ତନମୂନା ସଂଗ୍ରହ କରି ଘଟଣାର ତଦନ୍ତ କରୁଛି ସ୍ବାସ୍ଥ୍ୟବିଭାଗ । ତେବେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁଁ ଏବଂ ବିଷାକ୍ତ ମଦ ଯୋଗୁଁ ମୃତ୍ୟୁ ହେଊଥିବା ସଂନ୍ଦେହ କରାଯାଉଛି ।
