ନୂଆଦିଲ୍ଲୀ: ଦେଶରେ ପୁଣି ବଢୁଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ସଂକ୍ରମଣ ହାର ଏବେ ଉପର ମୁହାଁ ରହିଛି | ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । କିଛି ଦିନର ବ୍ୟବଧାନ ପରେ ଏବେ ପୁଣି ସଂକ୍ରମଣ ବଢିବାକୁ ଲାଗିଛି | ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୫୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୩୬୨୬୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୪ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୪୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।





