ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍: ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଦେଶ ତଥା ରାଜ୍ୟରେ ଏବେ ଉପର ମୁହାଁ ରହିଛି କରୋନା ଗ୍ରାଫ୍ । ଲଗାତାର ଭାବେ ସଂକ୍ରମଣ ବଢ଼ିବାକୁ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୩୧୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୭୦ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୩୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୩୩୯୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts