ବିଜେପିରେ ସାମିଲ ହେଲେ ଆପର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଜୟ କୋଠିଆଲ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଜେପିରେ ସାମିଲ ହେଲେ ଆପର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଜୟ କୋଠିଆଲ । ବିଧିବଦ୍ଧ ଭାବେ ସେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି । ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଆପ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିଥିଲା । ନିର୍ବାଚନରେ ଆପର ପ୍ରଦର୍ଶନ ସେତେ ଭଲ ନଥିଲ।।

କିଛି ଦିନ ତଳେ ସେ ଆପରୁ ଇସ୍ତଫା ଦେଇଥିଲେ । ତେବେ ଆଜି ସେ ବିଜେପିର ହାତ ଧରିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts