ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେ୍ଦବ ବାଣପୁର ବ୍ଲକ କାର୍ୟ୍ୟାଳୟ ନିକଟରେ ଲୋକଙ୍କ ଭିଡ ଉପରେ ଗାଡି ଚଢ଼ାଇ ଦେବା ପରେ ପ୍ରତିକ୍ରିୟା ରଖିଛି ବିଜୁ ଜନତା ଦଳ । ଏନେଇ ବିଜେଡି ନେତା ତଥା ରାଜ୍ୟସଭା ସାଂସଦ ସମ୍ମିତ ପାତ୍ର କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ । ପ୍ରଶାନ୍ତ ଜଗଦ୍ଦେବ ଯାହା କରିଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ ଓ ଲୋମହର୍ଷଣକାରୀ ଘଟଣା । ବିଜେଡି ଏହାକୁ ତୀବ୍ର ନିନ୍ଦା କରୁଛି । ଆଶା କରୁଛୁ ତାଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ନିଆଯିବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେ୍ଦବ ପୂର୍ବରୁ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ଏଭଳି ବର୍ବରଚିତ କାର୍ଯ୍ୟ ପାଇଁ ତାଙ୍କୁ କେବେ କ୍ଷମା ଦିଆଯିବ ନାହିଁ ।
ଏଭଳି କାର୍ଯ୍ୟକୁ ଯେତେ ନିନ୍ଦା କଲେ କମ ହେବ ବୋଲି ବିଜେଡି ସାଂସଦଦ ସସ୍ମିତ ପାତ୍ର କହିଛନ୍ତି । ସେପଟେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ୟ୍ୟାଳୟ ନିକଟରେ ଲୋକଙ୍କ ଭିଡ ଉପରେ ଗାଡି ଚଢ଼ାଇ ଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପୋଲିସର ସୂଚନା ଅନୁସାରେ, ୧୫ ବିଜେପି କର୍ମୀ ଓ ଆଇଆଇସିଙ୍କ ସମେତ ୯ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏଥିସହ ୨ ସାମ୍ବାଦିକ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି ।





