୧୦୬ ପୌରାଞ୍ଚଳରେ ହାରାହାରି ୬୫ ପ୍ରତିଶତ ମତଦାନ: ରାଜ୍ୟ ମୁଖ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି । ତେବେ ମୋଟ ୧୦୬ ବିଜ୍ଞାପିତ ଅଞ୍ଚଳ ପରିଷଦ (୫୯) (ଏନ୍ଏସି) ଓ ପୌର ପରିଷଦ (୪୭)ରେ ହାରାହାରି ୬୫ ପ୍ରତିଶତ ମତଦାନ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ । ଶ୍ରୀ ପାଢ଼ୀ କହିଛନ୍ତି ଯେ, ଭୁବନେଶ୍ବର ମହାନଗର ନିଗମରେ ପାଖାପାଖି ୫୦ ପ୍ରତିଶତ ମତଦାନ ହୋଇଛି।

କଟକ ମହାନଗର ନିଗମରେ ୬୫ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ବ୍ରହ୍ମପୁର ମହାନଗର ନିଗମରେ ୪୭ ପ୍ରତିଶତ ମତଦାତା ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଶ୍ରୀ ପାଢ଼ୀ କହିଛନ୍ତି ଯେ, ନବରଂଗପୁର ଜିଲ୍ଲା ଉମରେକାଟ ପୌର ପରିଷଦର ୮ ନମ୍ବର ୱାର୍ଡରେ ଭୁଲ ବାଲଟ କାଗଜ ଯୋଗୁଁ ଚେୟାରପର୍ସନ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଆସନ୍ତାକାଲି ଏଠାରେ ମତଦାନ ହେବ।

Related Posts