ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ନୂଆଦିଲ୍ଲୀ: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜ । ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ବେଳେ ଏହି ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜ ପ୍ରଧାନମନ୍ତ୍ରୀ ଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ମମତା ପ୍ରଧାନମନ୍ତ୍ରୀଙ୍କ ସହ ଜିଏସଟି ବକେୟା ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ମମତାଙ୍କ ପ୍ରଧାନମନ୍ତ୍ରୀଙ୍କ ସହ ଭେଟ ଏମିତି ସମୟରେ ହୋଇଛି, ଯେଉଁ ସମୟରେ ମମତା ସରକାରଙ୍କ ବରିଷ୍ଠ ନେତା ପାର୍ଥ ଚାଟାର୍ଜୀଙ୍କୁ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ କରାଯାଇଛି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସମୟରେ ସେ ଜିଏସଟି ବକେୟା ପ୍ରସଙ୍ଗ ଉଠାଇବା ସହ କେନ୍ଦ୍ର ଶୀଘ୍ର ପୈଠ କରୁ ବୋଲି ଦାବି କରିଛନ୍ତି। ଏହା ବାଦ ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ପାଖାପାଖି ଏକ ଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଛି।

Related Posts